ସରକାରୀ କର୍ମଚାରୀଙ୍କ ବଦଳି ନେଇ ଜିଲ୍ଲାପାଳ ଓ ନିର୍ବାଚନ ଅଧିକାରୀଙ୍କୁ ଚିଠି ଲେଖିଲା ରାଜସ୍ବ ବିଭାଗ

ଭୁବନେଶ୍ବର: ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଏବେ ଠାରୁ ଆରମ୍ଭ ହୋଇଯାଇଛି। ସରକାରୀ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ଶେଷ କରିବାକୁ ନିର୍ଦ୍ଦେଶ ହୋଇଛି। ସବୁ ଜିଲ୍ଲାପାଳ ଓ ନିର୍ବାଚନ ଅଧିକାରୀମାନଙ୍କୁ ଚିଠି ଲେଖି ରାଜସ୍ୱ ଓ ବିପର୍ଯ୍ୟ ପରିଚାଳନା ବିଭାଗ ସଚିବ ଟି ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସେ ଚିଠିରେ ‌ଉଲ୍ଲେଖ କରିଛନ୍ତି ଯେ, ଆସନ୍ତା ମେ’ ୨୯ ତାରିଖ ସୁଦ୍ଧା ଏନେଇ ତାଲିକା ଦିଅନ୍ତୁ। ବିଶେଷକରି ଓଡ଼ିଶା ପ୍ରଶାସନିକ ସେବା/ଓଡ଼ିଶା ରାଜସ୍ବ ସେବା, ଗ୍ରୁପ- ବି ଅଫିସରଙ୍କ ପାଇଁ ନିୟମ ଲାଗୁ ହେବ ବୋଲି ଚିଠିରେ କୁହାଯାଇଛି।

ସେହିପରି ରାଜସ୍ୱ ସଚିବ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଯେଉଁକର୍ମଚାରୀମାନେ ଗୋଟିଏ ସ୍ଥାନରେ ୩ ବର୍ଷ ପୂରଣ କରିଛନ୍ତି ଓ ଯେଉଁମାନେ ଘରୋଇ ଜିଲ୍ଲାରେ କାର୍ଯ୍ୟ କରୁଛନ୍ତି ସେନେଇ ତଥ୍ୟ ଦିଅନ୍ତୁ। ମାଗିଛନ୍ତି।

ସମ୍ବନ୍ଧିତ ଖବର