ହାଇକୋର୍ଟରେ ଜାତୀୟ ଲୋକ ଅଦାଲତ, ୧୨୨ ମାମଲା ଫୈସଲା, ୨ କୋଟି ୯୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ନିର୍ଦ୍ଦେଶ

କଟକ : ହାଇକୋର୍ଟରେ ଆଜି ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଓଡିଶା ରାଜ୍ୟ ଆଇନସେବା ପ୍ରାଧିକରଣର ମୁଖ୍ୟ ପୃଷ୍ଠପୋଷକ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌.ଜାଭେରୀ, ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧୢକ୍ଷା କୁମାରୀ ଜଷ୍ଟିସ ସଞ୍ଜୁ ପଣ୍ତା ଓ ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷ ଜଷ୍ଟିସ ସି.ଆର୍.ଦାଶଙ୍କ ମାର୍ଗଦର୍ଶନରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ହାଇକୋର୍ଟ ଆଇନସେବା କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଲୋକ ଅଦାଲତରେ ୧୨୨ଟି ମାମଲାର ଆପୋସ ବୁଝାମଣାରେ ଫୈସଲା କରାଯାଇଛି। ୭୮୯ଟି ମାମଲା ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା। ଡକ୍ଟର ଜଷ୍ଟିସ୍ ଏ.କେ.ରଥ, ଜଷ୍ଟିସ ବିଶ୍ବନାଥ ରଥ, ଜଷ୍ଟିସ୍ ସଙ୍ଗମ କୁମାର ସାହୁ, ଜଷ୍ଟିସ କେ.ଆର.ମହାପାତ୍ର ଅନୁଷ୍ଠିତ ଜାତୀୟ ଲୋକ ଅଦାଲତରେ ମାମଲା ଗୁଡିକର ଫୈସଲା କରିଥିଲେ। ଲୋକ ଅଦାଲତରେ ବ୍ୟାଙ୍କ ମାମଲା, ଏନଆଇ ଆକ୍ଟର ଧାରା ୧୩୮, ଭୂମି ଅଧିଗ୍ରହଣ ଓ ବୀମା କ୍ଷତିପୂରଣ, ଶିକ୍ଷା, କ୍ରିମିନାଲ କମ୍ପାଉଣ୍ଡେବୁଲ୍ ମାମଲାର ଶୁଣାଣି କରାଯାଇ ଫୈସଲା କରାଯାଇଥିଲା। ଏହି ଲୋକ ଅଦାଲତରେ ସାଧାରଣ ବୀମା କମ୍ପାନି ମଧୢରୁ ନ୍ୟୁ ଇଣ୍ତିଆ ଅସ୍ୟୁରାନ୍ସ, ନ୍ୟାସନାଲ ଇନସ୍ୟୁରାନ୍ସ, ଓରିଏଣ୍ଟାଲ ଇନସ୍ୟୁରାନ୍ସ, ୟୁନାଇଟେଡ୍‌ ଇଣ୍ତିଆ ଇନସ୍ୟୁରାନ୍ସ କମ୍ପାନି ଓ ଘରୋଇ ବୀମା କମ୍ପାନି ଅ˚ଶ ଗ୍ରହଣ କରିଥିଲେ। କ୍ଷତିପୂରଣ ବାବଦରେ ୨ କୋଟି ୯୪ ଲକ୍ଷ ଟଙ୍କା ପ୍ରଦାନ ପାଇଁ ଆଜି ଅନୁଷ୍ଠିତ ଲୋକ ଅଦାଲତରେ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୂଚନା ମିଳିଛି।

ସମ୍ବନ୍ଧିତ ଖବର