ଭୁବନେଶ୍ବର : କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମୌଜାରେ ଏହି ଜମି ଦିଆଯିବ। ଏହାସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

Advertisment

ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି। ସେମାନଙ୍କ ରହଣି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦେବାକୁ କୁଲତା ସମାଜର ଏକ ପ୍ରତିନିଧି ଦଳ ଗତ ୨୮ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦେଶ ଦେଇଥିଲେ। ଧର୍ମଶାଳା ଦ୍ବାରା କୁଲତା ସମାଜର ଜନସାଧାରଣ ପୁରୀରେ ରହିବା ସହିତ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ କରିପାରିବେ।