ଖୁସି ଖବର : ରାଜ୍ୟର ୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ଓଡ଼ିଶାବାସୀଙ୍କ ପାଇଁ ଆଜି ରାତିରେ ଶୁଭ ଖବର ଆସିଛି । କରୋନା ଆକ୍ରାନ୍ତ ହୋଇ ଚିକିତ୍ସା ଲାଗି  ହସ୍ପିଟାଲରେ ଭର୍ତ୍ତି ହୋଇଥିବା ୧୦ ଜଣ ବ୍ୟକ୍ତି ଆଜି ସୁସ୍ଥ ହୋଇଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ସଂପୃକ୍ତ ବ୍ୟକ୍ତିମାନଙ୍କର ରକ୍ତ ନମୁନା ଆଜି ନେଗେଟିଭ ଆସିଛି । ସୁସ୍ଥ ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ଭୁବନେଶ୍ୱରରୁ ୫ ଜଣ, ଭଦ୍ରକରୁ ୨ ଜଣ, କଟକ, ଯାଜପୁର ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି । ଏହି ଅବସରରେ ସ୍ୱାସ୍ଥ୍ୟ ବିଭାଗ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଶୁଭେଚ୍ଛା ଜଣାଇଛି ।

ସୂଚନାଯୋଗ୍ୟ, ପୂର୍ବରୁ ୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଯାଇଛନ୍ତି । ରାଜ୍ୟରେ ଏ ପର୍ଯ୍ୟନ୍ତ ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୧୨ ଜଣ ସୁସ୍ଥ ହୋଇଛନ୍ତି । ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଏବେ ୩୫ ଜଣଙ୍କ ଚିକିତ୍ସା ଜାରି ରହିଛି ।

ସମ୍ବନ୍ଧିତ ଖବର