ଭୁବନେଶ୍ୱର: ଆଜି ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ଦୁଇ ଅଙ୍କ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ଭଦ୍ରକ, କଟକ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଅଛନ୍ତି।

Advertisment

ଏଣେ ରାଜ୍ୟରେ ଆଜି କମିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୦୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୯୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୬୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୧୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨,୩୬, ୨୬୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୧,୬୩, ୩୯୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୪, ୨୧୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।