ରାଜ୍ୟର ୪ ଜିଲ୍ଲାରୁ ୧୦ କରୋନା ପଜିଟିଭ ଚିହ୍ନଟ, ୨ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୪ଟି ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୬୪୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର