ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ ଚିହ୍ନଟ: ଜଣେ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମଣରୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୪ଟି ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୦୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୭୬୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର