ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ କରୋନା ପଜିଟିଭ ଚିହ୍ନଟ, ଜଣେ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଆଜି ରାଜ୍ୟର କେବଳ ଗୋଟିଏ ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୯ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ, ଓ ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୩୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯,୦୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୧୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର