ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଗତକାଲି ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୬ଟି ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୬୨୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର