କରୋନାରେ ଆଉ ୧୦ଜଣଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା ୨୩୫ରେ ପହଞ୍ଚିଲା

ଭୁବନେଶ୍ବର: ଆଜି ରାଜ୍ୟରେ ୧୬୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନାରେ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ସୁନ୍ଦରଗଡ଼ରୁ ୨ ଜଣଙ୍କ ପ୍ରାଣହାନି ଘଟିଛି। ଏହାଛଡ଼ା ନବରଙ୍ଗପୁର, ନୟାଗଡ଼, ଭଦ୍ରକ, କନ୍ଧମାଳ ଓ କେନ୍ଦୁଝରରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।
ଗଞ୍ଜାମର ୩ ଜଣ ମୃତକ ପୁରୁଷଙ୍କ ବୟସ ୪୦, ୫୨ ଓ ୫୫ ବର୍ଷ। ସୁନ୍ଦରଗଡ଼ରେ ଜଣେ ମହିଳା ଓ ଜଣେ ପୁରୁଷଙ୍କ ମୃତ୍ୟୁ ହୋଇଛି। ଉକ୍ତ ମହିଳାଙ୍କ ବୟସ ୨୮ ଓ ପୁରୁଷଙ୍କ ବୟସ ୫୪ ବର୍ଷ ବୋଲି ଜଣାଯାଇଛି।
ଅପରପକ୍ଷରେ ନବରଙ୍ଗପୁରରେ ୪୦ ବର୍ଷିୟ ପୁରୁଷ, ନୟାଗଡ଼ରେ ୩୯ବର୍ଷିୟ ପୁରୁଷ ଓ କନ୍ଧମାଳରେ ୬୧ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି। ଠିକ୍ ସେହିପରି ଭଦ୍ରକରେ ୫୩ ବର୍ଷୀୟା ମହିଳା ଓ କେନ୍ଦୁଝରରେ ୫୨ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ଘଟିଛି।

ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଏବେ ରାଜ୍ୟରେ ମୋଟ୍ ୨୫୭୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪,୭୦୦ ରହିଛି।

ସମ୍ବନ୍ଧିତ ଖବର