ଭୁବନେଶ୍ବର: ଆଜି ୧୦ଜଣଙ୍କର କରୋନାରେ ପ୍ରାଣହାନି ଘଟିଛି। ଏହାଫଳରେ ରାଜ୍ୟରେ ମୃତକଙ୍କ ସଂଖ୍ୟା ୬୨୬ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ ଆଜି କେତେଜଣ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାର ୩ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ଜଣେ ୬୬ ଓ ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଅଛନ୍ତି। ଏହା ଛଡ଼ା ଖୋର୍ଦ୍ଧା ଜିଲ୍ଲାର ଜଣେ ୬୦ ବର୍ଷିୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମର ଯେଉଁ ପୁରୁଷ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି ତାଙ୍କର ବୟସ ୫୫ ବର୍ଷ। ସୁବର୍ଣ୍ଣପୁରର ଜଣେ ୮୪ ବର୍ଷିୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଠିକ୍ ସେହିପରି କଟକର ଦୁଇଜଣ ପୁରୁଷ ଆକ୍ରାନ୍ତ ଅଛନ୍ତି ଯେଉଁମାନଙ୍କ ବୟସ ଯଥାକ୍ରମେ ୭୪ ଓ ୪୫ ବର୍ଷ। ଏହାଛଡ଼ା ବାଲେଶ୍ବର ଜଣେ ୬୦, କଳାହାଣ୍ଡିର ୬୨, ମୟୂରଭଞ୍ଜର ୬୦ ବର୍ଷିୟ ପୁରୁଷ ସଂକ୍ରମିତଙ୍କ ପ୍ରାଣହାନି ଘଟିଛି।

ଏଣେ ଆଜି ରାଜ୍ୟରେ ୩୯୧୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୨୩୪୮ ଓ ସ୍ଥାନୀୟ ଅଞ୍ଚଳରୁ ୧୫୬୫ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୮୦୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ରାଜ୍ୟରେ ମୋଟ୍ ୧୧୫୨୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୮୪୯ ରହିଛି।