ଆଜି ରାଜ୍ୟରେ ଶହେ ଉପରେ ଦୈନିକ କରୋନା ସଂକ୍ରମଣ: ୧୦ ଜଣ ୧୮ ବର୍ଷରୁ କମ୍ ବୟସର

ଆଜି ରାଜ୍ୟରେ ଶହେ ଉପରେ ଦୈନିକ କରୋନା ସଂକ୍ରମଣ: ୧୦ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ଉପରେ ରହିଛି। ଗତକାଲି ୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୦ଟି ଜିଲ୍ଲାରୁ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୧, ବରଗଡ଼ରୁ ୬, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୧୦ ଜଣ, ଦେବଗଡ଼ରୁ ୧, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡିରୁ ୨, କନ୍ଧମାଳରୁ ୨, କେଉଁଝରରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୨୦, କୋରାପୁଟରୁ ୧, ମୟୁରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩, ନୂଆପଡ଼ାରୁ ୬, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୧୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୫, ୩୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୮୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe