ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୦୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ପଜିଟିଭଙ୍କ ସବୂୁଠାରୁ ଅଧିକ ବୋଲି ଜଣାଯାଇଛି। କାରଣ ଆଗରୁ ଏତେ ସଂଖ୍ୟକ କରୋନା ଆକ୍ରାନ୍ତ କେବେ ବି ଚିହ୍ନଟ ହୋଇ ନ ଥିଲେ। ଆଜି ଚିହ୍ନଟ ହୋଇଥିବା ୧୦୩ଜଣଙ୍କ ମଧ୍ୟରୁ ୯୬ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୭ଜଣ ସ୍ଥାନୀୟ ଲୋକ ଅଛନ୍ତି। ଖୁସିର କଥା ଯେ ଆଜି ବି କେହି କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିନାହିଁ ରାଜ୍ୟରେ।
ଏମାନଙ୍କ ଭିତରୁ ଆଜି ଦେବଗଡ଼ ଜିଲ୍ଲାରୁ ସର୍ବାଧିକ ୨୨, ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ , ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାରୁ ୮ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ , ମାଲକାନଗିରି ଜିଲ୍ଲାରୁ ୯ଜଣ, କୋରାପୁଟ ଓ ଗଜପତି ଜିଲ୍ଲାରୁ ୬ଜଣ ଲେଖାଏଁ, ଯାଜପୁର, ମୟୂରଭଞ୍ଜ, କନ୍ଧମାଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୮୧ ଥିବା ବେଳେ ୫୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୭ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/05/New-103-Positive-Cases-in-Odisha_Thumbnail.jpg)