ଆଜି ବି ରାଜ୍ୟରେ ହଜାରେ ଉପରେ ଦୈନିକ ସଂକ୍ରମଣ: ଖୋର୍ଦ୍ଧାକୁ ଟପିଲା ସୁନ୍ଦରଗଡ଼ରେ କରୋନା ସଂକ୍ରମିତଙ୍କ ସଂଖ୍ୟା

Advertisment

୧୭୯ ଜଣ ୧୮ ବର୍ଷରୁ କମ୍ ବୟସର

୧୭୯ ଜଣ ୧୮ ବର୍ଷରୁ କମ୍ ବୟସର

ଆଜି ବି ରାଜ୍ୟରେ ହଜାରେ ଉପରେ ଦୈନିକ ସଂକ୍ରମଣ: ଖୋର୍ଦ୍ଧାକୁ ଟପିଲା ସୁନ୍ଦରଗଡ଼ରେ କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ କମିଛି। ତେବେ ଏହା ହଜାରେ ଉପକୁ ରହିଛି। ଗତକାଲି ୧୧୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୨୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୭୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ସବୁ ୨୭ଟି ଜିଲ୍ଲାରୁ ୧୦୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ବର ଜିଲ୍ଲାରୁ ୨୩ ଜଣ, ବରଗଡ଼ରୁ ୨୨, ଭଦ୍ରକରୁ ୧୧ ଜଣ, ବଲାଙ୍ଗୀରରୁ ୩୫ ଜଣ, ବୌଦ୍ଧରୁ ୧୨ ଜଣ, କଟକରୁ ୫୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ୩, ଗଜପତିରୁ ୭ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୨୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୬ ଜଣ, କନ୍ଧମାଳରୁ ୨୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ ଜଣ, କେଉଁଝରରୁ ୧୩, ଖୋର୍ଦ୍ଧା ଜିଲ୍ଲାରୁ ୧୬୪, କୋରାପୁଟ ଜିଲ୍ଲାରୁ ୧୭ ଜଣ, ମୟୂରଭଞ୍ଜରୁ ୧୧୦ ଜଣ, ନୟାଗଡ଼ ଜିଲ୍ଲାରୁ ୨୦ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୧୦ ଜଣ, ରାୟଗଡ଼ାରୁ ୧୮ ଜଣ, ସମ୍ବଲପୁରରୁ ୭୭ ଜଣ, ସୋନପୁରରୁ ୩୯ ଜଣ, ସୁନ୍ଦରଗଡ଼ରୁ ୨୨୭ ଜଣ ଓ ଷ୍ଟେଟପୁଲରୁ ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୧୦, ୧୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୯୩, ୯୫୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୯୭୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe