ଭୁବନେଶ୍ବର: ଗତ କିଛି ଦିନଧରି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହିଆସୁଥିଲା ହେଲେ ଆଜି ଏହା ହଜାରେ ଟପିଛି। ଗତକାଲି ୮୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୩୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୧୦୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 14th July
New Positive Cases: 1043
Of which 0-18 years: 100
In quarantine: 609
Local contacts: 434(Details of local contacts will be shared by concerned District)
1. Balasore: 20
2. Bargarh: 2
3. Bhadrak: 7
4. Balangir: 7
5. Boudh: 13
6. Cuttack: 205— I & PR Department, Odisha (@IPR_Odisha) July 15, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨୦ ଜଣ, ବରଗଡ଼ ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୧୩ ଜଣ, କଟକରୁ ୨୦୫ ଜଣ, ଦେବଗଡ଼ରୁ ୪ ଜଣ, ଗଜପତିରୁ ୧୦ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୧୮ ଜଣ, ଝାରସୁଗୁଡ଼ାରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୫, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜରୁ ୨୮ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ ଜିଲ୍ଲାରୁ ୧୯ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୩୧ ଜଣ, ସୋନପୁରରୁ ୩୨ ଜଣ, ସୁନ୍ଦରଗଡ଼ରୁ ୧୦୬ ଜଣ ଓ ଷ୍ଟେଟପୁଲରୁ ୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୭, ୧୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୩, ୧୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୮୨୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।