ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 5th December
New Positive Cases: 105
Of which 0-18 years: 19
In quarantine: 62
Local contacts: 43(Details of local contacts will be shared by concerned District)
1. Angul: 3
2. Balasore: 1
3. Bargarh: 2— I & PR Department, Odisha (@IPR_Odisha) December 6, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୪ ଜଣ, ଗଞ୍ଜାମରୁ ୪ ଜଣ, ଯାଜପୁରରୁ ୫ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧାରୁ ୪୮ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନୟାଗଡ଼ରୁ ୨ ଜଣ, ସମ୍ୱଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧ ଜଣ ଓ ଷ୍ଟେଟ ପୁଲରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୦ହଜାର ୩୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୯ ହଜାର ୬୩୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୨୦୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।