ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୧୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
Covid-19 Report For 7th March
New Positive Cases: 108
Of which 0-18 years: 16
In quarantine: 62
Local contacts: 46(Details of local contacts will be shared by concerned District)
1. Angul: 4
2. Balasore: 4
3. Bargarh: 1
4. Bhadrak: 1
5. Balangir: 2
6. Cuttack: 2
7. Deogarh: 2— I & PR Department, Odisha (@IPR_Odisha) March 8, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ଭଦ୍ରକ ଜିଲ୍ଲାରୁ ୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ଜିଲ୍ଲାରୁ ୨ ଜଣ, ଗଜପତିରୁ ୧୪ ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡର ଜିଲ୍ଲାରୁ ୨ ଜଣ କେନ୍ଦ୍ରାପଡ଼ାରୁ ୭ ଜଣ, ଖୋର୍ଦ୍ଧାରୁ ୬ ଜଣ, କୋରାପୁଟରୁ ୫ ଜଣ, ମୟୂରଭଞ୍ଜରୁ ୬ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୮ ଜଣ , ସୋନପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେଟ ପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୬, ୧୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୫, ୭୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧, ୧୯୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।