ଶିକ୍ଷକଙ୍କ ମାଡ଼ରେ ଦଶମ ଶ୍ରେଣୀ ଛାତ୍ର ଗୁରୁତର, ହସ୍‌ପିଟାଲରେ ଭର୍ତ୍ତି

ଯାଜପୁର: ଶିକ୍ଷକଙ୍କ ମାଡ଼ରେ ଦଶମ ଶ୍ରେଣୀ ଛାତ୍ର ଗୁରୁତର। ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି। ଆହତ ଛାତ୍ର ଜଣକ ହେଉଛନ୍ତି ଯାଜପୁର ଜିଲ୍ଲା ବିଂଝାରପୁର ମଲିଆ ଫତେପୁର ବରୁଣେଇ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ର ଗୌରଭ ସେଠୀ। ସେ ଆଜି ସ୍କୁଲରେ ପାଠ ପଢୁଥିବା ବେଳେ ଶିକ୍ଷକଙ୍କ ପ୍ରଶ୍ନର ଉତ୍ତର ଦେଇପାରିନଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ଶିକ୍ଷକ ଗୌରବକୁ ଦୁଇ ଚାପୁଡା ମାରିଥିଲେ। ଫଳରେ ସେ ହଠାତ ଅସୁସ୍ଥ ହୋଇପଡିଥିଲେ।

ଗୁରୁତର ଗୌରଭ ତାଙ୍କୁ ପ୍ରଥମେ ବିଂଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ସେ ପଟେ ଏନେଇ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ତୁରନ୍ତ ପ୍ରଧାନ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ପିଲାର ଅବସ୍ଥା ସ୍ଥିର ରହିଛି।

ସମ୍ବନ୍ଧିତ ଖବର