ଗତକାଲି ଭଳି ଆଜି ବି ରାଜ୍ୟରେ ୧୧ କରୋନା ପଜିଟିଭ ଚିହ୍ନଟ, ୪ ଜଣ ୧୮ ବର୍ଷରୁ କମ୍ ବର୍ଗର  

ଭୁବନେଶ୍ବର: ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବି ୧୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।ଆଜି ରାଜ୍ୟର ୭ଟି ଜିଲ୍ଲାରୁ ୧୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୦୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୮୦୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର