ରାଜ୍ୟର ୫ ଜିଲ୍ଲାରୁ ୧୧ କରୋନା ପଜିଟିଭ ଚିହ୍ନଟ, ୨ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୫ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୭୦୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର