ଭୁବନେଶ୍ବର: ଗତକାଲି ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ୩ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 1st June
New Positive Cases: 11
Of which 0-18 years: 0
In quarantine: 7
Local contacts: 4(Details of local contacts will be shared by concerned District)
1. Balangir: 1
2. Cuttack: 2
3. Khurda: 6
4. State Pool: 2— I & PR Department, Odisha (@IPR_Odisha) June 2, 2022
ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ ଓ ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୪୬୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୨୦୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।