ରାଜ୍ୟର ୮ ଜିଲ୍ଲାରୁ ୧୧ କରୋନା ପଜିଟିଭ ଚିହ୍ନଟ, ୨ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର:ଗତକାଲି ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୮ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସୁନ୍ଦରଗଡ଼, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

 

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୧ ଜଣ,  ଗଜପତି ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୮୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୪୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୭୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର