ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୧୩ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୫୬ ଜଣ, ମୟୂରଭଞ୍ଜରୁ ୧ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୨ ଜଣ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୩ ହଜାର ୮୮୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୩ ହଜାର ୭୮୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୧୫୯୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।