ଆଗକୁ ରଥଯାତ୍ର, ଓଡ଼ିଶାରେ ଶହେ ଡେଇଁଲା କରୋନା ସଂକ୍ରମଣ: ରାଜ୍ୟରେ ୧୧୩ ପଜିଟିଭ ଚିହ୍ନଟ, ୧୫ ଜଣ ୧୮ ବର୍ଷରୁ କମ୍ ବୟସର

ଆଗକୁ ରଥଯାତ୍ର, ଓଡ଼ିଶାରେ ଶହେ ଡେଇଁଲା କରୋନା ସଂକ୍ରମଣ: ରାଜ୍ୟରେ ୧୧୩ ପଜିଟିଭ ଚିହ୍ନଟ, ୧୫ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି କରୋନା ସଂକ୍ରମଣ ଲମ୍ବ ଡିଆଁ ମାରିଛି। ଆଗକୁ ରଥଯାତ୍ର  ଥିବା ବେଳେ ଆଜି ରାଜ୍ୟରେ ଶହେ ଟପିଛି କରୋନା ସଂକ୍ରମଣ। ଗତକାଲି ୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୨୧ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୫ ଜଣ, ପୁରୀ ଜିଲ୍ଲାରୁ ୧ ଜଣ,  ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ ଓ ଷ୍ଟେଟପୁଲରୁ ୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୯, ୪୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୭୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୧୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe