ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି। ଗତକାଲି ୧୧୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୬୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ୧୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ବର ଜିଲ୍ଲାରୁ ୨୫ ଜଣ, ବରଗଡ଼ରୁ ୨୩, ଭଦ୍ରକରୁ ୧୪ ଜଣ, ବଲାଙ୍ଗୀରରୁ ୧୭ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୧୧ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୨୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୯ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଜଣ, କେନ୍ଦୁଝରରୁ ୧୧, ଖୋର୍ଦ୍ଧା ଜିଲ୍ଲାରୁ ୨୦୯, କୋରାପୁଟ ଜିଲ୍ଲାରୁ ୧୧ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୯୩ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ ଜିଲ୍ଲାରୁ ୩୩ ଜଣ, ନୂଆପଡ଼ାରୁ ୧୬ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ବଲପୁରରୁ ୧୦୬ ଜଣ, ସୋନପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୨୨୫ ଜଣ ଓ ଷ୍ଟେଟପୁଲରୁ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୫, ୪୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୮, ୯୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୩୪୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।