ରାଜ୍ୟରେ ଦୈନିକ କରୋନା ସଂକ୍ରମଣ: ଖୋର୍ଦ୍ଧାରେ କମିଲା, ସମ୍ବଲପୁରରେ ବଢ଼ିଲା

Advertisment

୧୪୬ ଜଣ ୧୮ ବର୍ଷରୁ କମ୍ ବୟସର

୧୪୬ ଜଣ ୧୮ ବର୍ଷରୁ କମ୍ ବୟସର

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ: ଖୋର୍ଦ୍ଧାରେ କମିଲା, ସମ୍ବଲପୁରରେ ବଢ଼ିଲା

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି। ଗତକାଲି ୧୧୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୮୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୧୧୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ଗୋଟିଏ ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ବର ଜିଲ୍ଲାରୁ ୧୮ ଜଣ, ବରଗଡ଼ରୁ ୩୧, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୧୧ଜଣ, ବୌଦ୍ଧରୁ ୧୯ ଜଣ, କଟକରୁ ୧୦୪ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୧୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୨ ଜଣ, କନ୍ଧମାଳରୁ ୧୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ ଜଣ, କେନ୍ଦୁଝରରୁ ୧୨, ଖୋର୍ଦ୍ଧା ଜିଲ୍ଲାରୁ ୨୫୨, କୋରାପୁଟ ଜିଲ୍ଲାରୁ ୧୩ ଜଣ, ମୟୂରଭଞ୍ଜରୁ ୯୭ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ ଜିଲ୍ଲାରୁ ୩୦ ଜଣ, ନୂଆପଡ଼ାରୁ ୧୩ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୨୩ ଜଣ, ସମ୍ବଲପୁରରୁ ୧୧୧ ଜଣ, ସୋନପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୯୪ ଜଣ ଓ ଷ୍ଟେଟପୁଲରୁ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୪, ୩୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୭, ୯୪୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୨୪୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe