ରାଜ୍ୟରେ କମୁଛି ସଂକ୍ରମଣ, ବଢୁଛି ସୁସ୍ଥତା ହାର: ୨୪ଘଣ୍ଟାରେ ରାଜ୍ୟରୁ ସୁସ୍ଥ ହେଲେ ୧୧,୮୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୧ ହଜାର ୮୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିରେ ସୁନ୍ଦରଗଡ଼ରୁ ଜିଲ୍ଲାରୁ ସର୍ବାଧିକ ୧୯୨୧ ଆକ୍ରାନ୍ତ ଅଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୩୫୩କୁ ବୃଦ୍ଧି ପାଇଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ସୁନ୍ଦରଗଡ଼ରୁ ୧୯୨୧ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୯୬, କଟକରୁ ୧୦୫୨, କଳାହାଣ୍ଡିରୁ ୫୭୫, ଅନୁଗୁଳରୁ ୫୬୨, ସମ୍ବଲପୁରରୁ ୫୩୩, ବରଗଡ଼ରୁ ୪୫୭, ଝାରସୁଗୁଡାରୁ ୪୪୨, ପୁରୀରୁ ୪୩୩, ବଲାଙ୍ଗୀରରୁ ୩୧୮, ନବରଙ୍ଗପୁରରୁ ୩୧୬, କେନ୍ଦୁଝରରୁ ୩୧୫, ବୌଦ୍ଧରୁ ୨୭୮, ବାଲେଶ୍ୱରରୁ ୨୬୦, ଯାଜପୁରରୁ ୨୩୭, ଗଂଜାମରୁ ୨୩୩,ନୂଆପଡାରୁ ୨୨୯, କେନ୍ଦ୍ରାପଡାରୁ ୨୦୩, ଦେଓଗଡ଼ରୁ ୧୯୯, ମୟୁରଭଞ୍ଜରୁ ୧୭୯, ନୟାଗଡ଼ରୁ ୧୭୪, ଜଗତସିଂହପୁରରୁ ୧୪୨, ରାୟଗଡାରୁ ୧୩୭, ସୋନପୁରରୁ ୧୩୪, ଢେଙ୍କାନାଳରୁ ୧୨୯, ଗଜପତିରୁ ୧୨୦, କୋରାପୁଟରୁ ୧୨୦, କନ୍ଧମାଳରୁ ୮୫, ଭଦ୍ରକରୁ ୮୩, ମାଲକାନଗିରିରୁ ୫୮ ଏବଂ ଷ୍ଟେଟ ପୁଲରୁ ୩୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

ସମ୍ବନ୍ଧିତ ଖବର