ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ କରୋନା ପଜିଟିଭ ଚିହ୍ନଟ, ଜଣେ ୧ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର : ଗତକାଲି ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ମାତ୍ର ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୪ଟି ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୪୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୧୬୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର