ଭୁବନେଶ୍ବର: ଗତକାଲି ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 3rd June
New Positive Cases: 12
Of which 0-18 years: 1
In quarantine: 7
Local contacts: 5(Details of local contacts will be shared by concerned Dist)
1. Cuttack: 1
2. Kendrapada: 1
3. Khurda: 6
4. Nuapada: 1— I & PR Department, Odisha (@IPR_Odisha) June 4, 2022
ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୪୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୨୨୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।