ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ କରୋନା ପଜିଟିଭ ଚିହ୍ନଟ: ୧୮ ବର୍ଷରୁ କମ୍ ବର୍ଗର କେହି ନାହାନ୍ତି

ଭୁବନେଶ୍ବର: ଗତକାଲି ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଆଜି ରାଜ୍ୟର ୨ଟି ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୮ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ ଓ ଷ୍ଟେଟପୁଲରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୬୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୩୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର