ରାଜ୍ୟର ୫ ଜିଲ୍ଲାରୁ ୧୨ କରୋନା ପଜିଟିଭ ଚିହ୍ନଟ, ୪ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୫ଟି ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୮୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୫୩୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର