ସମ୍ବଲପୁର: ମହାନଦୀର ଉପରମୁଣ୍ଡରୁ ବର୍ଷା ଜଳ ପ୍ରବେଶ କରୁଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଆଜି ଅପରାହ୍‌ଣରେ ୨ଟି ପର୍ଯ୍ୟାୟରେ ୫ଟି ଲେଖାଏଁ ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍‌ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ କରାଯାଉଥିଲା। ଆଜି ପୁଣି ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯିବା ପରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ମୋଟ୍‌ ୧୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ହୀରାକୁଦ ନଦୀବନ୍ଧ କର୍ତ୍ତୃପକ୍ଷ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ହୀରାକୁଦ ନଦୀବନ୍ଧ କର୍ତ୍ତୃପକ୍ଷ ପକ୍ଷରୁ କୁହାଯାଇଛି ଯେ, ସନ୍ଧ୍ୟା  ୬ଟାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୭.୯୩ ଫୁଟ୍‌ରେ ପହଞ୍ଚିଛି। ଜଳଭଣ୍ଡ‌ାରର ବାମ ପାର୍ଶ୍ବର ୭ଟି ଏବଂ ଡାହାଣ ପାର୍ଶ୍ବର ୫ଟି ଗେଟ୍ ‌ଦେଇ ଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡ‌ାରକୁ ୪,୭୮,୮୧୫ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨, ୧୮,୭୩୫ କ୍ୟୁସେକ୍ ପାଣି ଜଳଭଣ୍ଡାରରୁ ନିଷ୍କାସିତ ହେଉଛି। ପାୱାର ଚାନେଲ ଦେଇ ୩୧,୦୦୨ କ୍ୟୁସେକ୍ ପାଣି ମହାନଦୀକୁ ଛଡ଼ାଯାଇଛି। ଜଳସେଚନ ପାଇଁ କେନାଲଗୁଡ଼ିକରେ ୧,୭୩୫ କ୍ୟୁସେକ୍ ପାଣି ଛଡ଼ାଯାଇଥିବା ବେଳେ ୨୭୪ କ୍ୟୁସେକ୍ ପାଣି ଶିଳ୍ପସଂସ୍ଥାମାନଙ୍କୁ ଦିଆଯାଉଛି।

ହୀରାକୁଦ ଜଳଭଣ୍ଡାରରୁ ୧୨ଟି ଗେଟ୍ ଖୋଲାଯିବା ପୂର୍ବରୁ ତଳିଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ପାଇଁ ସତର୍କ ସୂଚନା ଦିଆଯାଇଛି। ବିଗତ ଦିନରେ ଲଗାଣ ବର୍ଷା ପ୍ରଭାରେ ମହାନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। କିନ୍ତୁ ଗୁରୁବାର ଠାରୁ ବର୍ଷା ଛାଡ଼ିଥିବା ବେଳେ ମହାନଦୀରେ ଏବେ ଜଳସ୍ତର କମୁଛି। କଟକ ଜିଲ୍ଲା ମୁଣ୍ଡଳିରେ ଠାରେ ବନ୍ୟାଜଳ ପ୍ରାୟ ୩୬ ଘଣ୍ଟା ମଧ୍ୟରେ ପହଞ୍ଚିବ। ଏନେଇ ଜଳସଂପଦ ବିଭାଗ ସ୍ଥିତି ଉପରେ ନଜର ରଖିଛି।