ରାଜ୍ୟରେ ଅଛି ୫୧ଟି ଇସ୍ପାତ କାରଖାନା, ବାର୍ଷିକ ଉତ୍ପାଦନ କ୍ଷମତା ୩୩.୧୨ ମିଲିୟନ୍‌ ଟନ୍‌: ଖଣି ମନ୍ତ୍ରୀ

ରାଜ୍ୟରେ ଅଛି ୫୧ଟି ଇସ୍ପାତ କାରଖାନା, ବାର୍ଷିକ ଉତ୍ପାଦନ କ୍ଷମତା ୩୩.୧୨ ମିଲିୟନ୍‌ ଟନ୍‌: ଖଣି ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୨ଟି ଇସ୍ପାତ କାରଖାନା ପ୍ରତିଷ୍ଠା ହେବ। ବିଧାନସଭାର ମୌସୁମୀ ଅଧିବେଶନରେ ସୋମବାର ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୃହରେ ବିଜେଡି ବିଧାୟକ ଧ୍ରୁବ ଚରଣ ସାହୁଙ୍କ ପ୍ରଶ୍ନର ଜବାବ ଦେଇ ଖଣି ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଛନ୍ତି ଯେ, ପ୍ରତିଷ୍ଠା ହେବାକୁ ଯାଉଥିବା ଇସ୍ପାତ କାରଖାନା ମଧ୍ୟରେ ସୁନ୍ଦରଗଡରେ ସର୍ବାଧିକ ୩ଟି ରହିଥିବା ବେଳେ ଯାଜପୁରରେ ରହିଛି ୨ଟି କାରଖାନା। ସେହିପରି ଅନୁଗୁଳ, କେନ୍ଦ୍ରାପଡା, ଝାରସୁଗୁଡା, ଢେଙ୍କାନାଳ, କେନ୍ଦୁଝର, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ ଲେଖାଏଁ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି।

ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ବର୍ତ୍ତମାନ ୫୧ଟି ଇସ୍ପାତ କାରଖାନା ରହିଥିବା ବେଳେ ସେଗୁଡ଼ିକରୁ ବାର୍ଷିକ ଉତ୍ପାଦନ କ୍ଷମତା ୩୩.୧୨ ମିଲିୟନ ଟନ୍‌।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe