ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ, ୩ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ମାତ୍ର ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୮ଟି ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟ ପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୦୪୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୭୮୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର