ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୧୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
Covid-19 Report For 6th March
New Positive Cases: 120
Of which 0-18 years: 26
In quarantine: 69
Local contacts: 51(Details of local contacts will be shared by concerned District)
1. Angul: 13
2. Balasore: 5
3. Balangir: 2
4. Boudh: 3
5. Cuttack: 1
6. Deogarh: 1— I & PR Department, Odisha (@IPR_Odisha) March 7, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୧ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୧୫, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୧୨ ଜଣ, ଖୋର୍ଦ୍ଧାରୁ ୧୦ ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୪ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୩ ଜଣ, ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟ ପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୬, ୦୦୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୫, ୫୪୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧, ୩୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।