ଭୁବନେଶ୍ବର: ରାଜ୍ୟରେ ଆଜି ୧୨୧୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୧୦୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୪୬୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୫୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
22. Mayurbhanj: 22
23. Nayagarh: 7
24. Nuapada: 8
25. Puri: 11
26. Rayagada: 24
27. Sonepur: 2
28. Sundargarh: 2New Recoveries: 581
Cumulative Tested: 476560
Positive: 28107
Recovered: 17373
Active Cases: 10545— I & PR Department, Odisha (@IPR_Odisha) July 28, 2020
ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୩୨ଜଣ, ଅନୁଗୁଳରୁ ୧୧ ବାଲେଶ୍ବର ଜିଲ୍ଲାରୁ ୨୯, ବରଗଡ଼ ଜିଲ୍ଲାରୁ ୧୦, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀର ଜିଲ୍ଲାରୁ ୨୧, ବୌଦ୍ଧ ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୬୦, ଦେବଗଡ଼ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୮୯, ଜଗତସିଂହପୁର ଜିଲ୍ଲାରୁ ୪୭, ଯାଜପୁର ଜିଲ୍ଲାରୁ ୨୦, ଝାରସୁଗୁଡ଼ା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୮, କନ୍ଧମାଳ ଜିଲ୍ଲାରୁ ୧୪, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪, କେନ୍ଦୁଝର ଜିଲ୍ଲାରୁ ୭୭, ଖୋର୍ଦ୍ଧା ଜିଲ୍ଲାରୁ ୩୧୨, କୋରାପୁଟ ଜିଲ୍ଲାରୁ ୭୩, ମାଲକାନଗିରି ଜିଲ୍ଲାରୁ ୧୪, ମୟୂରଭଞ୍ଜ ଜିଲ୍ଲାରୁ ୨୨, ନୟାଗଡ଼ ଜିଲ୍ଲାରୁ ୭, ନୂଆପଡ଼ା ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୧୧, ରାୟଗଡ଼ା ଜିଲ୍ଲାରୁ ୨୪, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ମୋଟ୍ ୧୭,୩୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୫୪୫ ରହିଛି।