ଭଲ ଖବର: କରୋନାରୁ ସୁସ୍ଥ ହେଲେ ୧୨୩ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୬୦୪

ରାଜ୍ୟରୁ ଏପର୍ଯ୍ୟନ୍ତ ସୁସ୍ଥ ହେଲେଣି ୬୧.୫୦ ପ୍ରତିଶତ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଭଲ ଖବର ଆସିଛି। ଆଜି ସକାଳୁ ରାଜ୍ୟର ୨୧ଟି ଜିଲ୍ଲାରୁ ୧୩୦ ଜଣ ବ୍ୟକ୍ତି କରୋନା ଭାଇରସ ଚିହ୍ନଟ ହୋଇଥିବା ବେଳେ ସନ୍ଧ୍ୟାରେ ୧୪ଟି ଜିଲ୍ଲାରୁ ୧୨୩ ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନା ଭାଇରସରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୧୬୦୪ ହୋଇଛି। ତେବେ ରାଜ୍ୟରେ କରୋନା ଭାଇରସରୁ ୬୧.୫୦ ପ୍ରତିଶତ ରୋଗୀ ସୁସ୍ଥ ହୋଇଛନ୍ତି।

 

ଆଜି ଗଂଜାମ ଜିଲ୍ଲାରୁ ସର୍ବାଧିକ ୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଟକ ଜିଲ୍ଲାରୁ ୨୨ ଜଣ, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାରୁ ୧୪-୧୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ ଜଣ, କନ୍ଧମାଳ ଜିଲ୍ଲାରୁ ୭ ଜଣ, କୋରାପୁଟ ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ, ବାଲେଶ୍ୱର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରୁ ୩-୩ ଜଣ, ଅନୁଗୁଳ, ମୟୂରଭଂଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟର ସବୁଠାରୁ ଚର୍ଚ୍ଚାରେ ଥିବା ଗଂଜାମ ଜିଲ୍ଲାରୁ ଏପର୍ଯ୍ୟନ୍ତ ୩୮୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ଜିଲ୍ଲାରୁ ମୋଟ ୫୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧିତ ଖବର