ରାଜ୍ୟ ବଜେଟ୍‌ରେ ସ୍ବାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ବ : ୧୨ ହଜାର ୬୨୪ କୋଟି ବ୍ୟୟବରାଦ, ଗତ ବର୍ଷଠାରୁ ୩୮ ପ୍ରତିଶତ ଅଧିକ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ବାରା ଚଳିତ ବର୍ଷର ବଜେଟ୍ ଉପସ୍ଥାପିତ ହୋଇଛି। ଏହି ବଜେଟର ପରିମାଣ ୨ ଲକ୍ଷ କୋଟି ହୋଇଥିବା ହୋଇଥିବାବେଳେ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମିଳିଛି ୧୨ ହଜାର ୬୨୪ କୋଟି ଟଙ୍କା। ଏହା ପୂର୍ବବର୍ଷ ତୁଳନାରେ ୩୮ ପ୍ରତିଶତ ଅଧିକ । ଗତ ଆର୍ଥିକ ବଜେଟରେ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପିତ ହୋଇଥିଲା।

ବଜେଟ୍‌ ଉପସ୍ଥାପନ ସମୟରେ ଅର୍ଥମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୨ ହଜାର ୬୬୪ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହାଦ୍ବାରା ୯୬ ଲକ୍ଷରୁ ଅଧିକ ଗରିବ ପରିବାରକୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାର ଲକ୍ଷ୍ୟ ରଖାଯାଇଛି।  ସେହପରି ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିସନ ଅଧୀନରେ ୨ ହଜାର ୩୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ।  ପରିବାର କଲ୍ୟାଣ ଯୋଜନା ପାଇଁ ୫୧୪ କୋଟି ଟଙ୍କା ଖର୍ଚ୍ଚ ହେବାକୁ ପ୍ରସ୍ତାବ ରଖାଯାଇଥିବା ବେଳେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଆନୁସଙ୍ଗିକ ସେବାର ସୁଦୃଢୀକରଣ ପାଇଁ ୬୫୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ଏତଦ୍‌ ବ୍ୟତୀତ ଜାତୀୟ ସ୍ୱାସ୍ଥ୍ୟ ମିସନ ଅଧୀନରେ ୨ ହଜାର ୧୫୬ କୋଟି ଟଙ୍କା ବ୍ୟୟବରାଦ ରହିଛି । ‘ସ୍ୱାସ୍ଥ୍ୟ ଓ ଭେଷଜ ଶିକ୍ଷାରେ ମାନବ ସମ୍ବଳ’ ଯୋଜନା ଅଧୀନରେ ୩୧୨ କୋଟି ଟଙ୍କା ବ୍ୟୟବରାଦ କରିବେ।

ସମ୍ବନ୍ଧିତ ଖବର