ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଝାରସୁଗୁଡ଼ା ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୧୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୮ ଜଣ, କଟକରୁ ୪ ଜଣ, ଦେବଗଡ଼ରୁ ୫ ଜଣ, ଗଜପତିରୁ ୧୯, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୨୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ଖୋର୍ଦ୍ଧାରୁ ୧୩ ଜଣ, କୋରାପୁଟରୁ ୭ ଜଣ, ମୟୂରଭଞ୍ଜରୁ ୮ ଜଣ, ମାଲକାନଗିରିରୁ ୧ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ରୁ ୧, ନୂଆପଡ଼ା ଜିଲ୍ଲାରୁ ୩ ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୫, ୬୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୪, ୭୫୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧, ୭୧୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।