ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୋଟିଏ ଦିନରେ ୧୨୯ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି ରାଜ୍ୟରେ। ଏଯାବତ୍ ଏତେ ସଂଖ୍ୟକ ଆକ୍ରାନ୍ତ ଏକାଥରକରେ ଚିହ୍ଟଟ ହୋଇ ନଥିଲେ।
ଏମାନଙ୍କ ଭିତରୁ ୧୧୯ଜଣ ସଙ୍ଗରୋଧ କେନ୍ଦ୍ରର ଥିବା ବେଳେ ୧୦ଜଣ ସ୍ଥାନୀୟ ସଂକ୍ରମିତ ଥିବା ଜଣାଯାଇଛି।
/sambad/media/post_attachments/wp-content/uploads/2020/05/129.jpg)
ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୮୯ରେ ପହଞ୍ଚିଛି। ତେବେ ୧୦୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୭ଜଣଙ୍କର ମୃତ୍ୟୁ ଘଟିଛି।
ଆଜି ୧୯ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୧୮ ଜଣ ଆକ୍ରାନ୍ତ ଅଛନ୍ତି। ଏହାଛଡ଼ା ନୂଆପଡ଼ା ଓ ଗଜପତି ଜିଲ୍ଲାରୁ ୧୬ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳ ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ୧୦ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। କଟକ ଜିଲ୍ଲାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ, ଜଗତସିଂହପୁରରୁ ୨ ଜଣ ଚିହ୍ନଟ ହୋଇଛନ୍ତି। ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବାଲେଶ୍ବର, ମୟୂରଭଞ୍ଜ,ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ରୁ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କେନ୍ଦୁଝର ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୪ ଓ ମାଲକାନଗିରି, ଢେଙ୍କାନାଳ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/05/Thumbnail-Design_Covid-Disaster_Odisha-2-copy.jpg)