କେନ୍ଦୁଝର: ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ପ୍ରଭାସ ମଞ୍ଜରୀ ଆଇନ ମହାବିଦ୍ୟାଳୟର ଛାତ୍ର ଅଂଶୁମାନ ଚକ୍ରବର୍ତ୍ତୀ ସର୍ବୋଚ୍ଚ ନମ୍ବର ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ସ୍ବର୍ଣ୍ଣପଦକ ଗ୍ରହଣ କରିଛନ୍ତି।

Advertisment

ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସଭାପତିତ୍ବ କରିଥିବା ବେଳେ ଜଙ୍ଗଲ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ବିଶ୍ୱବିଦ୍ୟାଳୟର କୁଳସଚିବ ଧନ୍ୟବାଦ ଅର୍ପଣ କରିଥିଲେ। ସୂଚନା‌ଯୋଗ୍ୟ, ଅଂଶୁମାନ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ବିଭିନ୍ନ ପ୍ରତିଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ ହୋଇଛନ୍ତି।