ଭୁବନେଶ୍ବର: ଗତକାଲି ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୪ଟି ଜିଲ୍ଲାରୁ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
Covid-19 Report For 5th June
New Positive Cases: 13
Of which 0-18 years: 1
In quarantine: 8
Local contacts: 5(Details of local contacts will be shared by concerned District)
1. Cuttack: 3
2. Kalahandi: 1
3. Khurda: 6
4. Sundargarh: 1
5. State Pool: 2— I & PR Department, Odisha (@IPR_Odisha) June 6, 2022
ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୫୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୨୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।