ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ, ମାତ୍ର ଜଣେ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ଭଳି ଆଜି ବି ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୪ଟି ଜିଲ୍ଲାରୁ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୫୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୨୫୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର