ଆଉ ୧୩ଜଣଙ୍କ ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୫୬୯କୁ ବୃଦ୍ଧି

ଭୁବନେଶ୍ବର: ଆଜି କରୋନାରେ ଆଉ ୧୩ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପୁରୀରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ରାୟଗଡ଼ା, ଗଞ୍ଜାମ ଓ ମୟୂରଭଞ୍ଜରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାଛଡ଼ା ଭୁବନେଶ୍ବର, କଟକ, କନ୍ଧମାଳ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ପୁରୀରେ ଜଣେ ମହିଳା ଓ ୨ ଜଣ ପୁରୁଷଙ୍କ ମୃତ୍ୟୁ ହୋଇଛି। ଉକ୍ତ ମହିଳାଙ୍କ ବୟସ ୬୦ ଓ ଦୁଇ ପୁରୁଷଙ୍କ ବୟସ ଯଥାକ୍ରମେ ୪୫ ଓ ୬୦ ବର୍ଷ ବୋଲି ଜଣାଯାଇଛି। ରାୟଗଡ଼ା, ଗଞ୍ଜାମ ଓ ମୟୂରଭଞ୍ଜରୁ ଯେଉଁ ୨ଜଣ ଲେଖାଏଁ ପୁରୁଷ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି, ସେମାନଙ୍କ ବୟସ ଯଥାକ୍ରମେ ୪୮, ୭୨, ୫୮, ୫୦,୨୪ ଓ ୭୦ ବର୍ଷ ବୋଲି ଜଣାଯାଇଛି।
ଭୁବନେଶ୍ବର, କଟକ, କନ୍ଧମାଳ ଓ ସୁବର୍ଣ୍ଣପୁରରୁ ଯେଉଁ ଜଣେ ଲେଖାଏଁ ପୁରୁଷ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି, ସେମାନଙ୍କ ବୟସ ଯଥାକ୍ରମେ ୫୮, ୬୫, ୬୬ ଓ ୬୦ ବର୍ଷ। ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଏହି ୧୩ଜଣ କୋଭିଡ୍ ପଜିଟିଭ୍ ରୋଗୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି |
ସୂଚନାଯୋଗ୍ୟ, ରାଜ୍ୟରେ ୩୪୯୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୦୯୪ ଓ ସ୍ଥାନୀୟ ଅଞ୍ଚଳରୁ ୧୩୯୬ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ୧ ଲକ୍ଷ ୩୧ ହଜାର ୩୮୨କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ମୋଟ୍ ୯୯,୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧,୩୬୨ରହିଛି।

ସମ୍ବନ୍ଧିତ ଖବର