ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ତଳେ ରହିଛି। ଗତକାଲି ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୨ଟି ଜିଲ୍ଲାରୁ ୧୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୯, ବରଗଡ଼ ଜିଲ୍ଲାରୁ ୩, ଭଦ୍ରକରୁ ୩, ବୌଦ୍ଧରୁ ୨, କଟକରୁ ୧ ଜଣ, ଦେବଗଡ଼ରୁ ୩, ଗଜପତିରୁ ୫, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, କଳାହାଣ୍ଡିରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୩୦, କୋରାପୁଟରୁ ୧, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୩ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟପୁଲରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୪, ୩୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୩, ୮୪୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।