ଭୁବନେଶ୍ବର: ଫେବ୍ରୁଆରି ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ। ଫେବ୍ରୁଆରି ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ। ୧୪ ଓ ୧୫ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆସିଥିବା ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ମାର୍ଚ୍ଚ ୭ ତାରିଖରେ ବିଭିନ୍ନ ବିଭାଗୀୟ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ ହେବ। ମାର୍ଚ୍ଚ ୧୦ ତାରିଖରୁ୨୮ ତାରିଖ ପର୍ଯ୍ୟନ୍ତ ବଜେଟ୍ ଉପରେ ଆଲୋଚନା ହେବ। ମାର୍ଚ୍ଚ ୩୦ ତାରିଖ ରବିବାର ଓ ୩୧ ତାରିଖ ଇଦୁଲ୍ଫିତର୍ ପଡ଼ୁଥିବାରୁ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ।
୧୩ରୁ ବିଧାନସଭା ଅଧିବେଶନ: ୧୭ରେ ବଜେଟ୍
ଫେବ୍ରୁଆରି ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ।
/sambad/media/media_files/iCxOdOob90WZZAxEzbAF.jpg)