ଭୁବନେଶ୍ବର: ଗତକାଲି ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୯ଟି ଜିଲ୍ଲାରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୧ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 5th May
New Positive Cases: 14
Of which 0-18 years: 2
In quarantine: 8
Local contacts: 6(Details of local contacts will be shared by concerned District)
1. Bargarh: 1
2. Balangir: 2
3. Deogarh: 1
4. Gajapati: 3
5. Jajpur: 1— I & PR Department, Odisha (@IPR_Odisha) May 6, 2022
ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୧ ଜଣ, ଯାଜପୁର ଜିଲ୍ଲାରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୧୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୮୩୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।