ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ କରୋନା ପଜିଟିଭ ଚିହ୍ନଟ, ମାତ୍ର ଜଣେ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ଭଳି ଆଜି ବି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୨ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୧୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୮୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର