ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ କରୋନା ପଜିଟିଭ ଚିହ୍ନଟ: ଜଣେ ବି ୧୮ ବର୍ଷରୁ କମ୍ ବର୍ଗର ନାହାନ୍ତି

ଭୁବନେଶ୍ବର: ଗତକାଲି ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ୩ ଟି ଜିଲ୍ଲାରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଓ ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୪୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୧୯୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର