ରାଜ୍ୟର ୭ ଜିଲ୍ଲାରୁ ୧୧ କରୋନା ପଜିଟିଭ ଚିହ୍ନଟ, ଜଣେ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୭ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ଗଜପତି ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୮୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୫୮୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର